Gold Rate Today: ବେଲଗାମ୍ ହେଲା ସୁନା ଦର, ବଢ଼ିଲା ଗ୍ରାହକଙ୍କ ଚିନ୍ତା
Advertisement
Article Detail0/zeeodisha/odisha2090690

Gold Rate Today: ବେଲଗାମ୍ ହେଲା ସୁନା ଦର, ବଢ଼ିଲା ଗ୍ରାହକଙ୍କ ଚିନ୍ତା

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଗତ ସପ୍ତାହରେ ସୁନା ଦର କ୍ରମାଗତ ଭାବେ ଖସିଥିଲା ବେଳେ ଆଜି ପୁଣି ଥରେ ସୁନା ଦରରେ ପରିବର୍ତ୍ତନ ହୋଇଛି ।  ପୁଣି ବେଲଗାମ୍ ହୋଇଛି ସୁନା ଦର।  ଆଜି ଭାରତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି।  (gold price Hike today )। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା ରଖିଛନ୍ତି । 

Gold Rate Today: ବେଲଗାମ୍ ହେଲା ସୁନା ଦର, ବଢ଼ିଲା ଗ୍ରାହକଙ୍କ ଚିନ୍ତା

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଗତ ସପ୍ତାହରେ ସୁନା ଦର କ୍ରମାଗତ ଭାବେ ଖସିଥିଲା ବେଳେ ଆଜି ପୁଣି ଥରେ ସୁନା ଦରରେ ପରିବର୍ତ୍ତନ ହୋଇଛି ।  ପୁଣି ବେଲଗାମ୍ ହୋଇଛି ସୁନା ଦର।  ଆଜି ଭାରତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି।  (gold price Hike today )। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା ରଖିଛନ୍ତି । ତେବେ, ନଜର ପକାନ୍ତୁ ଆଜି ସୁନା ଦର କେଉଁ ସହରରେ କେତେ ରହିଛି। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୮,୧୫୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୫୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩, ୪୪୦ ଯାହା କି ଗତ କାଲି ଥିଲା ୬୩,୨୭୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୮,୧୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୪୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୫୮୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୮,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୪୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୫୮୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୮୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୧୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୧୭୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୮,୩୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୫୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୮,୧୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୪୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୮୦ ଟଙ୍କା ରହିଛି ।